ସୃଷ୍ଟି ହେଲା ଲଘୁଚାପ। ୩୦ ଯାଏଁ ବର୍ଷା

ରାଜ୍ୟ କାହାଣୀ (ଭୁବନେଶ୍ୱର )ସୃଷ୍ଟି ହେଲା ଲଘୁଚାପ। ୩୦ ଯାଏଁ ବର୍ଷା। ରାଜ୍ୟରେ ତୁହାକୁ ତୁହା ବର୍ଷା ଜାରି ରହିଥିବା ବେଳେ ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରିକୁ ଅରେଞ୍ଜ ୱାର୍ଣ୍ଣିଂ ସହ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି । ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସହ ପବନ ଅଧିକ ରହିବ । ୩୦ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ସମୁଦ୍ର ଅଶାନ୍ତ ଥିବାରୁ ଆଗାମୀ ୫ଦିନ ଯାଏ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ୩୧ ତାରିଖ ପରେ ପାଗରେ ପରିବର୍ତ୍ତନ ଆସିବ । କୋରାପୁଟ, ଗଞ୍ଜାମ, ନବରଙ୍ଗପୁର, ଗଜପତି, କନ୍ଧମାଳ, କଳାହାଣ୍ଡି, ନୟାଗଡ, ପୁରୀ ଏବଂ ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ ବୋଲି କୁହାଯାଇଛି ।

You might also like