ନୂଆଁଖାଇ ପାଳିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ରାଜ୍ୟ କାହାଣୀ (ଭୁବନେଶ୍ୱର )ଗଣପର୍ବ ‘ନୂଆଁଖାଇ’ ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା କ୍ଷେତ୍ରୀୟ ସାଂସଦ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ମାନେଶ୍ୱର ବ୍ଲକ ସିନ୍ଦୁରପଙ୍କ ଅଞ୍ଚଳର ଶ୍ୟାମସୁନ୍ଦର ପତିଙ୍କ ବାସଭବନରେ ନବାନ୍ନ ଖାଇ ନୂଆଁଖାଇ ପର୍ବ ପାଳନ କରିଛନ୍ତି । ଏଥିଲାଗି ସେ ଶ୍ୟାମସୁନ୍ଦର ପତିଙ୍କ ପରିବାରକୁ ଆତିଥେୟତା ଲାଗି କୃତଜ୍ଞତା ଜ୍ଞାପନ କରିଛନ୍ତି। ଏହି ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ‘ନୂଆଁଖାଇ’ କେବଳ ଏକ ପର୍ବ ନୁହେଁ ବରଂ ଏକ ଭାବାବେଗ। ଏହି ଦିନ ଏକାଠି ହେବା ଓ ସାଥୀ ହୋଇ ନବାନ୍ନ ଖାଇବା ଏହି ପର୍ବର ବିଶେଷତା।। ଆଜିଭଳି ଏକ ପବିତ୍ର ଦିନରେ ସମ୍ବଲପୁରରେ ନୂଆଁଖାଇ ପାଳନ କରି ବହୁତ ଖୁସି ଅନୁଭବ କରୁଛି । ସପରିବାର ସ୍ନେହ, ଶ୍ରଦ୍ଧା ଓ ଆତିଥେୟତା ପାଇଁ ଶ୍ରୀ ପ୍ରଧାନ କୃତଜ୍ଞତା ଜଣାଇଛନ୍ତି ।

You might also like