ଏଥର ଦୁର୍ଗାପୂଜା ଭସାଣରେ ଡିଜେ, ଲେଜର ଲାଇଟ୍ ଓ ବାଣକୁ ନିଷିଦ୍ଧ

ରାଜ୍ୟ କାହାଣୀ (ଭୁବନେଶ୍ୱର )ଏଥର ଦୁର୍ଗାପୂଜା ଭସାଣରେ ଡିଜେ, ଲେଜର ଲାଇଟ୍ ଓ ବାଣକୁ ନିଷିଦ୍ଧ କରାଯାଇଛି । କେବଳ ପାରମ୍ପରିକ ବାଜାରେ ହେବ ମାଙ୍କ ଭସାଣ । ଭସାଣ ବେଳେ ଲାଗିବନି ଲେଜର ଲାଇଟ । ବାଣ ଫୁଟାଇବା ଉପରେ ମଧ୍ୟ ଲାଗିଲା କଟକଣା ।। ଦୁର୍ଗାପୂଜାକୁ ନେଇ ପୁଲିସ ସେବା ଭବନରେ ହୋଇଥିବା ବୈଠକରେ କମିସନରେଟ୍ ପୁଲିସ ପକ୍ଷରୁ ଏହି କଟକଣା ଲଗାଯାଇଛି । ଦୁର୍ଗାପୂଜା ପ୍ରସ୍ତୁତି ବୈଠକରେ ପୁଲିସ କମିଶନର ସୁରେଶ ଦେବଦତ୍ତ ସିଂ, ଅତିରିକ୍ତ କମିଶନର ନରସିଂହ ଭୋଳ, ଡିସିପି ଜଗମୋହନ ମୀନା, ଭୁବନେଶ୍ୱର ଏକାମ୍ର ବିଧାୟକ ବାବୁ ସିଂଙ୍କ ସମେତ ବିଭିନ୍ନ ପୂଜା କମିଟି କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ ।ଏଥର ଦୁର୍ଗାପୂଜା ଭସାଣରେ ଡିଜେ, ଲେଜର ଲାଇଟ୍ ବାଣକୁ ନିଷିଦ୍ଧ କରାଯାଇଛି । କେବଳ ପାରମ୍ପରିକ ବାଜାରେ ହେବ ମାଙ୍କ ଭସାଣ । ଭସାଣ ବେଳେ ଲାଗିବନି ଲେଜର ଲାଇଟ । ବାଣ ଫୁଟାଇବା ଉପରେ ମଧ୍ୟ ଲାଗିଲା କଟକଣା ।

You might also like