ଆସନ୍ତା ୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
ରାଜ୍ୟ କାହାଣୀ (ଭୁବନେଶ୍ୱର )ରାଜ୍ୟରେ ଟ୍ରଫ୍ ଲାଇନ୍ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ତେବେ ଆଜି ସାରା ଓଡ଼ିଶା ଅର୍ଥାତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହ ଘଣ୍ଟାପ୍ରତି ଝଟକା ପବନର ବେଗ ୩୦-୪୦ କିଲୋମିଟର ରହିବ। କିନ୍ତୁ ଆଜିଠୁ ପ୍ରବଳ ବର୍ଷାର ପରିମାଣ ଧୀରେ ଧୀରେ ହ୍ରାସ ପାଇବ। ହେଲେ ଆସନ୍ତା ୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିବ।