ଓଟିଇଟି ପରୀକ୍ଷା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି

ରାଜ୍ୟ କାହାଣୀ (ଭୁବନେଶ୍ୱର )ବୋର୍ଡ ସମ୍ପାଦକଙ୍କ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ଚିଠି। ପରୀକ୍ଷା ପରିଚାଳନାରେ ସହଯୋଗ କରିବା ପାଇଁ ଚିଠି।ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖିବେ। ଆସନ୍ତା ୨୭ ତାରିଖରେ ହେବ ଓଟିଇଟି ପରୀକ୍ଷା।ବୋର୍ଡକୁ ପଠାଯିବା ପର୍ଯ୍ୟନ୍ତ ଗୋପନୀୟ ଜିନିଷ ଗୁଡିକୁ ପରୀକ୍ଷା କେନ୍ଦ୍ରରେ ସୁରକ୍ଷିତ ଭାବେ ରଖିବା ପାଇଁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦେବାକୁ ଜିଲ୍ଲାପାଳଙ୍କୁ ଅନୁରୋଧ କରିଛନ୍ତି ସମ୍ପାଦକ । ଏଥିସହ କ୍ଷେତ୍ର କର୍ମଚାରୀଙ୍କୁ ସହଯୋଗ ପାଇଁ ନିର୍ଦ୍ଦେଶ ଦେବାକୁ ଚିଠିରେ ନିବେଦନ କରାଯାଇଛି। ସକାଳ ୯ଟାରୁ ୧୧ଟା ୩୦ ଓ ୨ଟାରୁ ୪ଟା ୩୦ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ପରୀକ୍ଷା ହେବ ।

You might also like