ଆଜିଠୁ ବିଧାନସଭା ମୌସୁମୀ ଅଧିବେଶନ । ବିଭିନ୍ନ ପ୍ରସଙ୍ଗରେ ମୁହାଁମୁହିଁ ହେବେ ଶାସକ-ବିରୋଧୀ

ଭୁବନେଶ୍ୱର (ରାଜ୍ୟ କାହାଣୀ)ଆଜିଠୁ ବିଧାନସଭା ମୌସୁମୀ ଅଧିବେଶନ । ବିଭିନ୍ନ ପ୍ରସଙ୍ଗରେ ମୁହାଁମୁହିଁ ହେବେ ଶାସକ-ବିରୋଧୀ । ଗୃହରେ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛି ବିଜେଡି। ମହିଳା ନିର୍ଯାତନା ମାମଲା, ସାର ଅଭାବ, ଓଟିଇଟି ପ୍ରଶ୍ନପତ୍ର ଲିକ୍, ବାହାର ରାଜ୍ୟକୁ ବଡ ବଡ ଶିଳ୍ପ ଚାଲିଯିବା, ପଞ୍ଚାୟତିରାଜ ବ୍ୟବସ୍ଥାରେ ନିର୍ବାଚିତ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ ଆଦି ପ୍ରସଙ୍ଗ ଉଠାଇବାକୁ ବିଜେଡି ରଣନୀତି କରିଛି । ବୁଧବାର ସନ୍ଧ୍ୟା ସୁଦ୍ଧା କଂଗ୍ରେସ ଓ ବିଜେଡି ଏବଂ ଶାସକ ଭାଜପାର ବିଧାୟକଦଳ ବୈଠକ ଅନୁଷ୍ଠିତ ହୋଇସାରିଛି। ଗୁରୁବାର ବିଜେଡି ବିଧାୟକ ସ୍ବର୍ଗତ ରାଜେନ୍ଦ୍ର ପ୍ରସାଦ ଢୋଲକିଆଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ପରେ ଗୃହ ମୁଲତବୀ ହେବା ସ୍ଥିର ହୋଇଛି।

You might also like