ଶ୍ରୀମନ୍ଦିରରେ ବ୍ୟବହାର ହେବ ଓମଫେଡ୍ ଘିଅ

ଭୁବନେଶ୍ୱର(ରାଜ୍ୟକାହାଣୀ)ଶ୍ରୀମନ୍ଦିରରେ କେବଳ ଓମ୍‌ଫେଡ୍‌ ଘିଅର ବ୍ୟବହାର ନେଇ ‌ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ଏନେଇ ମୁଖ୍ୟ ପ୍ରଶାସକ ଚିଠି ଲେଖିଥିବା  ସୂଚନା ମିଳିଛି। ମୁଖ୍ୟ ପ୍ରଶାସକ ପତ୍ରରେ ଲେଖିଛନ୍ତି ଯେ, ଶ୍ରୀମନ୍ଦିର ମଧ୍ୟରେ ମହାପ୍ରସାଦ ପ୍ରସ୍ତୁତି ଏବଂ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଛି । ଏନେଇ ସମ୍ପୃକ୍ତ ନିଯୋଗଗୁଡ଼ିକ ସହ ମଧ୍ୟ ଆଲୋଚନା ହେବା ସହ ସହମତି ପ୍ରକାଶ ପାଇଛି । ଶ୍ରୀମନ୍ଦିରରେ ଓମଫେଡ଼ ଘିଅର ଆବଶ୍ୟକତାକୁ ନଜରରେ ଯଥେଷ୍ଟ ଘିଅ ମହଜୁଦ୍ ରଖିବାକୁ ରଖି ପଦକ୍ଷେପ ଗ୍ରହଣ କରିବାକୁ ଓମଫେଡ଼କୁ ଅନୁରୋଧ କରିଛନ୍ତି ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ଡିପୋ କରାଗଲେ ଆବଶ୍ୟକତା ପୁରଣ ହେବା ସହ ଅପମଶ୍ରିତ ଘିଅକୁ ମଧ୍ୟ ରୋକାଯାଇ ପାରିବ ବୋଲି ମୁଖ୍ୟ ପ୍ରଶାସକ ଗୁରୁତ୍ବାରୋପ କରିଛନ୍ତି । ଏଥିସହିତ ଘିଅ ଦର ମଧ୍ୟ ହ୍ରାସ କରାଯିବାକୁ ବିଭିନ୍ନ ନିଯୋଗ ପକ୍ଷରୁ ହୋଇଥିବା ଅନୁରୋଧକୁ ଗ୍ରହଣ କରିବାକୁ ପତ୍ରରେ ମୁଖ୍ୟ ପ୍ରଶାସକ ଅନୁରୋଧ କରିଛନ୍ତି । ଅନ୍ୟପକ୍ଷରେ ଶ୍ରୀମନ୍ଦିର ମଧ୍ୟକୁ ଓମଫେଡ ବ୍ୟତୀତ ଯେପରି ଅନ୍ୟ କୌଣସି ଘିଅ ପ୍ରବେଶ ନ କରେ, ସେଥିପ୍ରତି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ପ୍ରଶାସକ । 

Leave A Reply

Your email address will not be published.

two + 1 =