ଏଏନଏମ ପରୀକ୍ଷା ବାତିଲ। ନବୀନଙ୍କ ଉଦବେଗ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ପରୀକ୍ଷା ବାତିଲ ହେବା ଲକ୍ଷ ଲକ୍ଷ ପିଲାଙ୍କ ସ୍ୱପ୍ନକୁ ଧୂଳିସାତ କରୁଛି। ଏଏନଏମ ପରୀକ୍ଷା ବାତିଲ କରି ରାଜ୍ୟ ବିଜେପି ସରକାର ପୁଣି ହଜାର ହଜାର ଆଶାୟୀଙ୍କ ଭବିଷ୍ୟତ ଅନ୍ଧାରକୁ ଠେଲି ଦେଇଛନ୍ତି।ପିଲାଙ୍କ ସ୍ୱପ୍ନ କେତେ ଆଉ ଭାଙ୍ଗିବ, କେତେ ଆଉ ପିଲାଙ୍କ ଭବିଷ୍ୟତ ସହ ଖେଳାଯିବ? ପରୀକ୍ଷା ପରେ ପରୀକ୍ଷା ବାତିଲ ହେବା, ସ୍ଥଗିତ ହେବା ବିଜେପି ସରକାରର ଅପାରଗତାକୁ ଦର୍ଶାଉଛି।୧୮ ମାସର ସରକାରରେ ପାଖାପାଖି ୧୮ଟି ନିଯୁକ୍ତି ପରୀକ୍ଷା ବାତିଲ ହେଲାଣି। ସରକାର କ’ଣ ଦର୍ଶାଇବାକୁ ଚାହୁଁଛନ୍ତି? ରାଜ୍ୟର ପିଲାମାନଙ୍କ ଆଶା, ସ୍ୱପ୍ନ ଏପରି ଧୂଳିସାତ ହେଉଥିବ?ସରକାର ସଜାଗ ହୁଅନ୍ତୁ, ସମସ୍ତ ପରୀକ୍ଷା ଯେପରି ନିୟମିତ ଏବଂ ସ୍ୱଚ୍ଛତାର ସହ ହେବ ତାହା ସୁନିଶ୍ଚିତ କରନ୍ତୁ।