କୋଟଗଡ ବନାଞ୍ଚଳରେ ବାଘ ଆତଙ୍କ:  ଲୋକେ ଭୟଭିତ

ଭୁବନେଶ୍ୱର(ରାଜ୍ୟକାହାଣୀ) କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ବନାଞ୍ଚଳର  ସାର୍ତ୍ତୁଲ ପଞ୍ଚାୟତ ରେ ଗତ ୫ ଦିନ ହେଲା ବାଘ ଆତଙ୍କ ଯୋଗୁଁ ଲୋକେ ଭୟରେ ଘରୁ ପଦାକୁ ବାହାରୁନଥିବା ଖବର ମିଳିଛି l ସୂଚନା ଯୋଗ୍ୟ ଯେ, ଗତ ଶନିବାର ଦିନ ଉକ୍ତ ଗ୍ରାମର  କିଛି ଗ୍ରାମବାସୀ ଛେଳି ଚରାଇବାକୁ ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ ହେଲେ ହଠାତ ବାଘ ରଡି ଶୁଣିବାକୁ ପାଇଥିଲେ l ତା’ର କିଛି ସମୟ ପରେ ପାହାଡ଼ ଆରପଟେ ୪ /୫ ଗୋଟି ଛେଳି ମରି ପଡିଥିବା ସହ ଆଉ କେତୋଟି ଛେଳି ଖଣ୍ଡିଆ ଖାବରା ହୋଇଥିବା ଦେଖିବାକୁ ପାଇଥିଲେ  l ଏହା ଦେଖି ଗ୍ରାମବାସୀ ବାଘ ଖାଇଥିବା ସନ୍ଦେହ କରୁଛନ୍ତି l ବାଘ ଏ ଭିତରେ ଦଶ ଗୋଟି ଛେଳି ଖାଇଲାଣି l ବାଘର ପାଦ ଚିହ୍ନ ମଧ୍ୟ ଗ୍ରାମବାସୀ ମାନେ ଦେଖିଥିବା ପ୍ରକାଶ କରିଛନ୍ତି l ଫଳରେ ବର୍ତ୍ତମାନ ଲୋକେ ସନ୍ଧ୍ୟା ନ ହେଉଣୁ ତାଟି, କବାଟ ବନ୍ଦ କରି ଭୟଭିତ ଅବସ୍ଥାରେ ରହୁଛନ୍ତି l ତେବେ ଘଟଣା ସ୍ଥଳରେ  ବନ ବିଭାଗ ଅଧିକାରୀଙ୍କ ସମେତ ସଦଳ ବଳ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି l ଏହାର ତଦନ୍ତ ପରେ ବାଘ ନା ଆଉ କୌଣସି ଜଙ୍ଗଲୀ ଜନ୍ତୁ ଛେଳି ମାନଙ୍କୁ ମାରିଛି, ତାହା ସ୍ପଷ୍ଟ ହେବ ।

Leave A Reply

Your email address will not be published.

3 × five =