ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ।

ଭୁବନେଶ୍ୱର(ରାଜ୍ୟକାହାଣୀ)‘ଚଳିତ ଆର୍ଥିକ ବର୍ଷ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ରାଜ୍ୟର ନିଜସ୍ଵ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ଭାରତ ଯୋଜନା ପାଇଁ ମିଳିତ ଭାବେ ଗୋଟିଏ କାର୍ଡ ଜାରି ହେବ । ଆକଳନ ଅନୁଯାୟୀ ସାଢେ ୩ କୋଟି ଲୋକଙ୍କୁ ଏହି କାର୍ଡ ମିଳିବ। ଆୟୁଷ୍ମାନ ଭାରତ ଭଳି ରାଜ୍ୟରେ ୭୦ ବର୍ଷରୁ ଊର୍ଦ୍ଧ୍ୱ ସୁବିଧା ପାଇବେ। ରାଶନ କାର୍ଡ ପାଇଁ E-KYC ଚାଲିଛି। ସରିବା ପରେ ସଂଖ୍ୟା ଜଣାପଡିବ। BSKY ଯୋଜନାରେ ୯୫୭ ହସ୍ପିଟାଲରେ ସୁବିଧା ମିଳୁଥିଲା। ଏଣିକି ୨୭ ହଜାରରୁ ଊର୍ଦ୍ଧ୍ୱ ଅନୁବନ୍ଧିତ ହସ୍ପିଟାଲରେ ସୁବିଧା ମିଳିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.

9 − 2 =