ଦିନିକିଆ ବୌଦ୍ଧ ଜିଲ୍ଲା ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ ।

ଭୁବନେଶ୍ୱର(ରାଜ୍ୟକାହାଣୀ)ବୌଦ୍ଧ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ । ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଡିଜିପିଙ୍କ ସମୀକ୍ଷା ବୈଠକ ଆରମ୍ଭ । ମାଓ ଦମନ ଓ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରିଥିଲେ । ସେଠାରେ କର୍ମଚାରୀଙ୍କ ସହିତ ଆଲୋଚନା କରିଥିଲେ ଏବଂ ପରେ ବୌଦ୍ଧ ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଜିଲ୍ଲାର ବରିଷ୍ଠ ପୋଲିସ ଅଧିକାରୀ ଏବଂ ଥାନା ଅଧିକାରୀଙ୍କୁ ନେଇ ଜିଲ୍ଲାର ମାଓ ସ୍ଥିତି ନେଇ ସମୀକ୍ଷା କରିଥିଲେ । ଏହା ସହ ଆଗାମୀ ଦିନରେ ଜିଲ୍ଲାରୁ କିଭଳି ଭାବେ ମାଓ ମୁକ୍ତ କରାଯିବ ସେ ନେଇ ଆଲୋଚନା କରିଥିଲେ ।ସୂଚନାଯୋଗ୍ୟ, ଗତକାଲି ପୁଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଦୁଇଦିନିଆ କନ୍ଧମାଳ ଜିଲ୍ଲା ଗସ୍ତରେ ଆସି ଜିଲ୍ଲା ପୁଲିସର ମାଓଦମନ ଅପରେସନ୍ ସମୀକ୍ଷା କରିଥିଲେ। ଫୁଲବାଣୀସ୍ଥିତ ଜିଲ୍ଲା ପୁଲିସ ମୁଖ୍ୟାଳୟରେ ଆୟୋଜିତ ରୁଦ୍ଧଦ୍ବାର ସମୀକ୍ଷା ବୈଠକରେ କନ୍ଧମାଳ ଜିଲ୍ଲାକୁ ମାଓମୁକ୍ତ କରିବା ନେଇ ସେ ଗୁରୁତ୍ବାରୋପ କରିଥିଲେ। କନ୍ଧମାଳ, କଳାହାଣ୍ଡି ଓ ବୌଦ୍ଧ ଜିଲ୍ଲାରେ ନକ୍ସଲ କାର୍ଯ୍ୟକଳାପର ସମୀକ୍ଷା କରିବା ସହିତ ମାଓଦମନ ନେଇ ବ୍ଲୁ-ପ୍ରିଣ୍ଟ୍ ପ୍ରସ୍ତୁତ କରିଛନ୍ତି। ଏଥିସହିତ ବୌଦ୍ଧ ଜିଲ୍ଲା ଗଞ୍ଜେଇ ପ୍ରବଣ ଜିଲ୍ଲା ଭାବେ ପରିଗଣିତ ହେଉଥିବା ବେଳେ ସେଥିପ୍ରତି ମଧ୍ୟ ଦୃଷ୍ଟି ଦେବା ସହିତ ଆଗାମୀ ଦିନରେ ବୌଦ୍ଧ ଜିଲ୍ଲାରୁ ସମ୍ପୂର୍ଣ୍ଣ ଭାବେ ଗଞ୍ଜେଇ ଚାଷକୁ ବିଲୁପ୍ତ କରିବା ଦିଗରେ ପୋଲିସ ପଦକ୍ଷେପ ଗ୍ରହଣ କରିବ ବୋଲି DGP ପ୍ରତିକ୍ରିୟା ଦେଇଛନ୍ତି ।

Leave A Reply

Your email address will not be published.

fourteen + 7 =