ବିବାଦ ବଢିବା ପରେ କ୍ଷମା ମାଗିଲେ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି । 

ଭୁବନେଶ୍ୱର(ରାଜ୍ୟକାହାଣୀ)କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ସାମାଜିକ ଗଣମାଧ୍ୟମରେ କରିଥିପା ପୋଷ୍ଟ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି। ବିବାଦ ପରେ ତୁରନ୍ତ ପୋଷ୍ଟ ହଟାଇଥିବା କହିଛନ୍ତି ବୁଦ୍ଧାଦିତ୍ୟ। ସୂଚନା ଥାଉକି, ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ସୋସିଆଲ ମିଡିଆରେ ରାହୁଲ ଗାନ୍ଧୀଙ୍କ ବିରୋଧରେ ଏକ ବୟାନ ରଖି ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ଫଟୋ ସହ ପୋଷ୍ଟ କରିଥିଲେ । ନିଜ ଫେସବୁକ ପୋଷ୍ଟରେ ବୁଦ୍ଧାଦିତ୍ୟ ଲେଖିଥିଲେ ବିଷ୍ଣୋଇ, ବାବା ସିଦ୍ଧିକିଙ୍କୁ ମର୍ଡର କଲା ପରେ ଏବେ ଓଏସି ଓ ରାହୁଲ ଗାନ୍ଧୀଙ୍କ ପାଳି । ଏହି ପୋଷ୍ଟକୁ ନେଇ ସୋସିଆଲ ମିଡ଼ିଆରେ ମଧ୍ୟ ଚର୍ଚ୍ଚା ସୃଷ୍ଟି ହୋଇଥିଲା । ତେବେ  ଭୁଲବଶତଃ ଏଭଳି ପୋଷ୍ଟ କରିଥିବା ସେ କହିଛନ୍ତି। ସମଗ୍ର କଂଗ୍ରେସ ପରିବାର ଓ ରାହୁଲ ଗାନ୍ଧୀଙ୍କୁ ବୁଦ୍ଧାଦିତ୍ୟ କ୍ଷମା ପ୍ରାର୍ଥନା କରିଛନ୍ତି। ଏଭଳି ଭୁଲ୍ ନହେବା ପାଇଁ ଆଗକୁ ସତର୍କ ରହିବି ବୋଲି କହିଛନ୍ତି ବୁଦ୍ଧାଦିତ୍ୟ ମହାନ୍ତି।

Leave A Reply

Your email address will not be published.

seventeen + 1 =