ଏହି ସ୍ଥାନରେ ଲ୍ୟାଣ୍ଡଫଲ୍‌ କରିବ ‘ଦାନା’! 

ଭୁବନେଶ୍ୱର(ରାଜ୍ୟକାହାଣୀ)ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବାତ୍ୟା ‘ଦାନା’ର ରୂପ ନେବ। ଏହା କ୍ରମଶଃ ବଳ ଗୋଟାଇ ୨୪ ତାରିଖ ସକାଳ ସୁଦ୍ଧା ଉଗ୍ରରୂପ ଧାରଣ କରିପାରେ। ତେବେ ବାତ୍ୟା ଭିତରକନିକା-ଧାମରା ଭିତରେ ଲ୍ୟାଣ୍ଡଫଲ କରିପାରେ ବୋଳି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା ଦେଇଛନ୍ତି।ପୂର୍ବରୁ ବାତ୍ୟା ୧୮ କିଲୋମିଟର ବେଗରେ ଗତି କରୁଥିବାବେଳେ ଏବେ ଏହାର ଗତିରେ ଧୀରତା ଆସି ୧୫ କିଲୋମିଟରକୁ ହ୍ରାସ ପାଇଛି । ଫଳରେ ସମୁଦ୍ର ଭିତରେ ଏହାର ଅଧିକ ଶକ୍ତିଶାଳୀ ହେଉଥିବା କୁହାଯାଉଛି । ଏବେ ସୁଦ୍ଧା ମିଳିଥିବା ପାଣିପାଗ ବିଭାଗ ସୂଚନା ମୁତାବକ, ଏବେ ଏହା ପାରାଦୀପ ଠାରୁ ୫୨୦ କିଲୋମିଟର ଦୂରରେ ରହିଛି । ସାଗରଦ୍ୱୀପଠାରୁ ଏହାର ଦୂରତା ୬୦୦ କିଲୋମିଟର ରହିଛି ।  ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୦ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିଛନ୍ତି। ଏବେସୁଦ୍ଧା ବାତ୍ୟା ପ୍ରଭାବିତ ହେବାକୁ ଥିବା ୧୪ଟି ଜିଲ୍ଲାରେ ୫୧ଟି ଓଡ୍ରାଫ ଟିମ୍‌, ୧୭୮ଟି ଅଗ୍ନିଶମ ବାହିନୀ ଟିମ, ୨୦ଟି ଏନଡିଆରଏଫ ଟିମ୍ ମୁତୟନ କରାଯାଇଛି। ଆବଶ୍ୟକ ପଡ଼ିଲେ ଅତିରିକ୍ତ ଉଦ୍ଧାରକାରୀ ଟିମ୍‌ ମୁତୟନ କରାଯିବ।

Leave A Reply

Your email address will not be published.

15 + 19 =