କ୍ୟାବିନେଟ୍‌ର ବୈଠକ: ୪୮ ଘଣ୍ଟା ଭିତରେ ଚାଷୀଙ୍କୁ ଟଙ୍କା ମିଳିବ। 

ଭୁବନେଶ୍ୱର(ରାଜ୍ୟକାହାଣୀ) ଲୋକସେବା ଭବନରେ ବୁଧବାର ରାଜ୍ୟ କ୍ୟାବିନେଟ୍‌ର ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କିଛି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିଛି। ସୁଭଦ୍ରା’ ଯୋଜନାରେ ସଂଶୋଧନ  ସମେତ ରାଜ୍ୟ କ୍ୟାବିନେଟ୍‌ରେ ୬ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ ହୋଇଛି।ଏହି ଯୋଜନାରୁ ବାଦ୍‌ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନର ସାନି ବିଚାର ପାଇଁ ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୧ କୋଟି ୨ ଲକ୍ଷ ଆବେଦନ ଆସିଥିବାବେଳେ ୬୦ ଲକ୍ଷ ଆବେଦନକାରୀ ଟଙ୍କା ପାଇ ସାରିଛନ୍ତି।ଶ୍ରୀ ଆହୁଜା କହିଛନ୍ତି ରାଜ୍ୟ ସରକାର ଦ୍ରବ୍ୟ ଓ ସେବା କର (ଜିଏସ୍‌ଟି) ଆଇନ୍‌ରେ ସଂଶୋଧନ ହୋଇଛି। ଜିଏସ୍‌ଟିରେ ୩୪ଟି ବିଷୟରେ ସଂଶୋଧନ କରାଯାଇଛି। କୁଇଣ୍ଟାଲ ପିଛା ୩୧୦୦ ଟଙ୍କାରେ ଧାନ କିଣାଯିବ। ଏନେଇ କ୍ୟାବିନେଟରେ ଅନୁମୋଦନ ହୋଇଛି। ୪ ହଜାରରୁ ଊର୍ଦ୍ଧ୍ବ ଧାନ କ୍ରୟ କେନ୍ଦ୍ର ଖୋଲାଯିବ। ଜଣେ ଜଣେ ଅଫିସର ପ୍ରତି ମଣ୍ଡିରେ ରହିବେ। ୪୮ ଘଣ୍ଟା ଭିତରେ ଚାଷୀଙ୍କୁ ଟଙ୍କା ମିଳିବ। 

Leave A Reply

Your email address will not be published.

9 − 4 =