ଅକ୍ଟୋବର ୨୮ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି

ଭୁବନେଶ୍ୱର(ରାଜ୍ୟକାହାଣୀ) ବାତ୍ୟା ଦାନା ଓ ପରବର୍ତ୍ତୀ  ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟ କୁ ଦୃଷ୍ଟିରେ ରଖି ଅକ୍ଟୋବର ୨୮ ରେ ଭୁବନେଶ୍ବର ୟୁନିଟ୍ -୫ ସ୍ଥିତ ମୁଖ୍ୟମନ୍ତ୍ରୀ ଙ୍କ ଅଭିଯୋଗ ପ୍ରକୋଷ୍ଟ ବନ୍ଦ ରହିବ | ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ ଯୋଗେ ପଞ୍ଜୀକରଣ କରିଥିଲେ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ । ସେମାନଙ୍କ ପାଇଁ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି  ସୂଚନା ଦିଆଯାଇଛି |

Leave A Reply

Your email address will not be published.

14 − 3 =