ଶନିବାରଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ

ଭୁବନେଶ୍ୱର(ରାଜ୍ୟକାହାଣୀ) ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରିବ ଏଏସଆଇ। ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଆସନ୍ତା ସେପ୍ଟେମ୍ବର ୨୧,୨୨ ଓ ୨୩ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ଅନୁଷ୍ଠିତ ହେବ । ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏଁ ସର୍ଭେ ପାଇଁ ସମୟ ସ୍ଥିର ହୋଇଛି । ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (SOP) ଅନୁସାରେ ଏହା କରାଯିବ । ତେଣୁ ଏହି ତିନି ଦିନ ପାଇଁ ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନକରି ନିରୀକ୍ଷଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ଏହି ଦିନ ପାଇଁ ହୋଇଥିବା ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ ଦିନ ଗୋଟାଏରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ଉକ୍ତ ସମୟରେ ପ୍ରସ୍ଥାନ କରିପାରିବେ । 

Leave A Reply

Your email address will not be published.

5 × 4 =