ଆରମ୍ଭ ହେଲା ଟ୍ରେନ୍ ଚଳାଚଳ । କିନ୍ତୁ ସ୍ବାଭାବିକ ହୋଇନି । 

ଭୁବନେଶ୍ୱର(ରାଜ୍ୟକାହାଣୀ) ବାତିଲ ଟ୍ରେନ୍‌ ଛଡ଼ା ଅନ୍ୟ ଟ୍ରେନ୍‌ ସମୟ ଅନୁସାରେ ଗଡ଼ିବ ବୋଲି ପୂର୍ବତଟ ରେଲଓ୍ବେ ପକ୍ଷରୁ ଶୁକ୍ରବାର ସୂଚନା ଜାରି ହୋଇଛି। ବାତ୍ୟା ଦାନା ପାଇଁ ୩୦୦ ଟ୍ରେନ ବାତିଲ କରିଥିଲା ପୂର୍ବତଟ ରେଳବାଇ । ବାତିଲ ହୋଇଥିବା ଟ୍ରେନ ବ୍ୟତୀତ ଅନ୍ୟ ଟ୍ରେନ ନିର୍ଦ୍ଧାରିତ ସମୟ ଅନୁସାରେ ଚାଲିବ । ବିଶାଖାପାଟଣା ପଟୁ ଭୁବନେଶ୍ବର ଓ ହାୱଡ଼ା ଆଡ଼କୁ ଆସୁଥିବା ଡାଉନ ଟ୍ରେନ୍ ଚଳାଚଳ ଆରମ୍ଭ କରିଛି । ଅପରାହ୍ଣ ପ୍ରାୟ ୨ଟା ସମୟରେ ଖଡ଼ଗପୁର ପଟୁ ଆସୁଥିବା ଅପ୍ ଟ୍ରେନ ଭଦ୍ରକରେ ପହଞ୍ଚିବ।ଏହା ବ୍ୟତୀତ ପୂର୍ବତଟ ରେଳପଥ ମୁଖ୍ୟାଳୟ, ସମ୍ବଲପୁର ଡିଭିଜନ୍‌, ଖୋର୍ଦ୍ଧାରୋଡ୍‌ ଡିଭିଜନ୍‌, ଚକ୍ରଧରପୁର, ୱାଲଟିୟର୍‌ ଓ ଖଡ଼ଗପୁର ଡିଭିଜନରେ ମଧ୍ୟ  ୱାରରୁମ୍‌ ଖୋଲିଛି । ତୁରନ୍ତ ଟ୍ରାକ୍‌ ମରାମତି, ସିଗନାଲ୍‌ ଓ ବିଦ୍ୟୁତ ବ୍ୟବସ୍ଥା ସଜାଡିବା ପାଇଁ ପ୍ରସ୍ତୁତି ସରିଛି । ଟ୍ରଲି, କୋଚ୍‌ ଓ ଟାୱାର ୱାଗନ୍‌ ସମେତ ବିଭିନ୍ନ ଯନ୍ତ୍ରପାତି ପ୍ରସ୍ତୁତ  ହୋଇ ରହିଛି ବୋଲି ମହାପ୍ରବନ୍ଧକ କହିଛନ୍ତି । ପ୍ରଥମେ ଆସିବ ହାୱଡ଼ା-ବାଙ୍ଗାଲୋର ଦୂରନ୍ତ ଏକ୍ସପ୍ରେସ । ସେହିପରି ବାତିଲ ହୋଇଥିବା ଟ୍ରେନକୁ ଛାଡ଼ି ମଧ୍ୟାହ୍ନ ୧୨ଟା ପରେ ଗଡ଼ିବ ଭୁବନେଶ୍ବର ଓ ପୁରୀରୁ ଯାତ୍ରା ଆରମ୍ଭ କରୁଥିବା ଟ୍ରେନ୍।

Leave A Reply

Your email address will not be published.

6 + eight =