ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ଦେହାନ୍ତ

ମହାରାଷ୍ଟ୍ରର ବାରାମତୀରେ ଏକ ବଡ଼ ବିମାନ ଦୁର୍ଘଟଣା । ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ । ଅଜିତ ପାୱାରଙ୍କ ଦେହାନ୍ତ ନେଇ ଖବର ସରବରାହ ସଂସ୍ଥା PTI ସୂତ୍ରରୁ ସୂଚନା । ଅଜିତ ପାୱାରଙ୍କ ସମେତ ଅନେକଙ୍କ ମୃତ୍ୟୁ ହୋଇଥିବା PTI ସୂତ୍ରରୁ ସୂଚନା । ମୁମ୍ବାଇରୁ ବାରାମତୀ ଯିବାବେଳେ ୮ଟା ୪୫ ମିନିଟ୍ରେ ଦୁର୍ଘଟଣା ।ରିପୋର୍ଟ ଅନୁସାରେ, ଏହା ଅଜିତ ପାୱାରଙ୍କ ବ୍ୟକ୍ତିଗତ ବିମାନ ଥିଲା। ପ୍ରଶାସନ ଏବଂ ସୁରକ୍ଷା ଏଜେନ୍ସିଗୁଡ଼ିକ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିର ମୂଲ୍ୟାଙ୍କନ କରୁଛନ୍ତି। ଅଜିତ ପାୱାରଙ୍କ ବ୍ୟତୀତ ଏଥିରେ ଅନ୍ୟ ୬ ଜଣ ଥିଲେ। ସେ ବାରାମତିରେ ନିର୍ବାଚନ ପ୍ରଚାର ପାଇଁ ଯାଉଥିଲେ।ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା ନା କୌଣସି ଯାନ୍ତ୍ରିକ ତ୍ରୁଟି ଯୋଗୁଁ ହୋଇଥିଲା ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।ଅଜିତ ପାୱାର ମହାରାଷ୍ଟ୍ରର ଜଣେ ପ୍ରମୁଖ ରାଜନେତା। ତାଙ୍କର ପୂର୍ଣ୍ଣ ନାମ ଅଜିତ ଅନନ୍ତରାଓ ପାୱାର ଏବଂ ସେ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି)ର ଜଣେ ବରିଷ୍ଠ ନେତା। ସେ ପ୍ରବୀଣ ନେତା ଶରଦ ପାୱାରଙ୍କ ଭଣଜା।

You might also like