ଆଗାମୀ ୫ ଦିନ ମଧ୍ୟରେ ଦିନର ତାପମାତ୍ରା ୨-୩°C ବୃଦ୍ଧି ପାଇବାର ସମ୍ଭାବନା

ଭୁବନେଶ୍ୱର (ରାଜ୍ୟକାହାଣୀ )ଆହୁରି ୭ ଦିନ ହେବ ଭୟଙ୍କର ଗରମ। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ,
ଗତକାଲି ଦିଲ୍ଲୀ, ଉତ୍ତର ପ୍ରଦେଶ, ପଞ୍ଜାବ, ହରିୟାଣା, ରାଜସ୍ଥାନ, ମଧ୍ୟ ପ୍ରଦେଶ ଏବଂ ମହାରାଷ୍ଟ୍ରର ୨୨ଟି ସହରରେ ତାପମାତ୍ରା ୪୫ଡିଗ୍ରୀ ଅତିକ୍ରମ କରି ରେକର୍ଡ କରାଯାଇଛି। ତେବେ ଆଜିଠୁ ଆହୁରି ବଢ଼ିବ ତାତି। ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ପାଇଁ ପୂରା ରାଜ୍ୟକୁ ଆଲର୍ଟ ଜାରି କରାଯାଇଛି। ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଓ ବାକି ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼ ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟ ସବୁ ଜିଲ୍ଲା ପାଇଁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି। ସବୁଠି ଅସହ୍ୟ ଗରମ ସାଙ୍ଗକୁ ପ୍ରବଳ ଗୁଳୁଗୁଳି।

You might also like