ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ୪ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ସନ୍ଧ୍ୟା ୬ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ । ବୈଶାଖ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟା ଠାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ଅର୍ଥାତ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

You might also like