ଅକୱାନ ପାଇଁ ୩ ଲକ୍ଷ ୭୨ ହଜାର ଲୋକ ସ୍ଥାନାନ୍ତର -ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର ( ରାଜ୍ୟକାହାଣୀ )ବାତ୍ୟା ମୁକାବିଲା ଓ ଲୋକଙ୍କ ସୁରକ୍ଷା ପାଇଁ ବ୍ୟାପକ ସ୍ଥାନାନ୍ତରଣ କରିଛି ରାଜ୍ୟ ପ୍ରଶାସନ। ବର୍ତ୍ତମାନ ସୁଦ୍ଧା ମୋଟ ୩ ଲକ୍ଷ ୭୨ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରଣ କରାଯାଇଛି। ସେମାନଙ୍କ ମଧ୍ୟରୁ ପ୍ରାୟ ୧୦ ହଜାର ଲୋକଙ୍କୁ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀରେ ରଖାଯାଇଛି। ବାତ୍ୟା ମୁକାବିଲା ଓ ସ୍ଥାନାନ୍ତରଣ ନେଇ ଏହି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ।ସେହିପରି, ୪ ହଜାର ୪୫୭ ଜଣ ଗର୍ଭବତୀ ମହିଳାଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରଣ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୧୪୫୦ ଜଣ ମହିଳା ସନ୍ତାନ ପ୍ରସବ କରିଛନ୍ତି। ଉଭୟ ମା’ ଓ ଶିଶୁ ସୁରକ୍ଷିତ ଅଛନ୍ତି। ଅନ୍ୟପଟେ ବାତ୍ୟା ପ୍ରଭାବରେ ଗଞ୍ଜାମ ଜିଲ୍ଲାର ଦୁଇଟି ବ୍ଲକରେ ଅଧିକ ବର୍ଷା ହୋଇଥିବା ନେଇ ସୂଚନା ଦେଇଛନ୍ତି ଅନୁ ଗର୍ଗ। ତେବେ ଆଗକୁ ପରିସ୍ଥିତି କିଭଳି ରହିବ, ସେନେଇ ପ୍ରଶାସନ ନଜର ରଖିଛି।ବର୍ତ୍ତମାନ ମଧ୍ୟ ବାତ୍ୟା ମୁକାବିଲା ଓ ସ୍ଥାନାନ୍ତରଣ ପ୍ରକ୍ରିୟା ଜାରି ରହିଛି।