ଡାଇରିଆ ପ୍ରବଣ ୩ ଜିଲ୍ଲାର ସ୍ଥିତି ଦେଖି ସ୍କୁଲ ଖୋଲିବା ନିଷ୍ପତ୍ତି ନେବେ ଜିଲ୍ଲାପାଳ: ଗଣଶିକ୍ଷା ମନ୍ତ୍ରୀ

ରାଜ୍ୟ କାହାଣୀ (ଭୁବନେଶ୍ୱର )ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବ୍ୟାପୁଛି ଝାଡ଼ାବାନ୍ତି । ଶୁକ୍ରବାର ସ୍କୁଲ ଖୋଲୁଥିବାରୁ ସରକାରଙ୍କୁ ଚିନ୍ତା ଘାରିଛି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, ଡାଇରିଆ ପ୍ରବଣ ୩ ଜିଲ୍ଲାର ସ୍ଥିତି ଦେଖି ସ୍କୁଲ ଖୋଲିବା ନିଷ୍ପତ୍ତି ନେବେ ଜିଲ୍ଲାପାଳ ।ମଧ୍ୟାହ୍ନ ଭୋଜନରେ ପିଲା ମାନଙ୍କୁ ଗରମ ଖାଦ୍ୟ ଦିଆଯିବ। ଏବଂ ଫୁଟା ପାଣି ପିଇବାକୁ ପିଲା ମାନଙ୍କୁ ନିର୍ଦେଶ ରହିଛି। ସ୍କୁଲରେ ଥିବା ପାଣି ଟାଙ୍କିକୁ ସଫା କରିବା ଉପରେ ମଧ୍ୟ ଗୁରୁତ୍ଵ ଦିଆଯାଇଛି। ସୂଚନାମୁତାବକ ୫୮ଦିନ ପରେ ଆସନ୍ତା ୨୦ ତାରିଖରେ ସ୍କୁଲ ଖୋଲିଥାନ୍ତା। ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ। ଶିକ୍ଷୟିତ୍ରୀ ଶିକ୍ଷକ ସକାଳ ୯ଟା ୩୦ ସୁଦ୍ଧା ସ୍କୁଲରେ ପହଞ୍ଚତ୍ବେ ଏବଂ ଅପରାହ୍ନ ସାଢ଼େ ୪ଟା ଯାଏ କ୍ୟାମ୍ପସରେ ଉପସ୍ଥିତ ରହିବେ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିବାବେଳେ ପିଲାଙ୍କ ପାଠପଢ଼ା ପାଇଁ ସ୍କୁଲଗୁଡ଼ିକୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲାମାତ୍ର ଏବେ ଝାଡ଼ାବାନ୍ତି ବ୍ୟାପୁଛି। ଏହାକୁ ଦୃଷ୍ଟିରେ ରଖି ଗଣଶିକ୍ଷା ମନ୍ତ୍ରୀ ଏଭଳି କହିଛନ୍ତି।

You might also like