ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର (ରାଜ୍ୟକାହାଣୀ )ଗରିବ ଲୋକଙ୍କ ପାଇଁ ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ସହରାଞ୍ଚଳରେ ବସବାସ କରୁଥିବା ସ୍ବଳ୍ପ ଆୟକାରୀ ବର୍ଗର ଲୋକଙ୍କୁ ସୁଲଭ ମୂଲ୍ୟରେ ଭଡ଼ା ଘର ମିଳିବ। ବିଭିନ୍ନ ଜିଲାରେ ଖାଲି ପଡ଼ିଥିବା ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଘରଗୁଡ଼ିକୁ ମରାମତି କରି ଆର୍ଥିକ ଅନଗ୍ରସର ଲୋକଙ୍କୁ ରହିବା ପାଇଁ ଭଡ଼ା ସୂତ୍ରରେ ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ସହର ୨.୦ ଅଧୀନରେ ସୁଲଭ ଭଡ଼ା ବାସଗୃହ (ଏଆରଏଚ୍‌) କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ଗାଇଡ୍‌ଲାଇନ ଅନୁଯାୟୀ ୨ଟି ମଡେଲରେ ସୁଲଭ ମୂଲ୍ୟରେ ଭଡ଼ା ଦିଆଯିବ। ପ୍ରଥମେ ସରକାରୀ ଘରକୁ ପବ୍ଲିକ ଏଜେନ୍ସି ମାଧ୍ୟମରେ ଭଡ଼ା ଦିଆଯିବ। ଦ୍ୱିତୀୟରେ ବେସରକାରୀ ସଂସ୍ଥା ଘର ତିଆରି କରି ଗରିବଙ୍କୁ ଭଡ଼ା ଦେବେ।

You might also like