ଆଇଆଇସି-ଏଏସ୍ଆଇ ହାତାହାତି: ଉଭୟଙ୍କୁ ବଦଳି କଲେ ଏସ୍ପି
ଯାଜପୁର ଅଳକୁଣ୍ଡ ଥାନାରେ ଏଏସଆଇଙ୍କୁ ଥାନା ଅଧିକାରୀ ଚାପୁଡ଼ା ମାରିବା ନେଇ SDPOଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି ସମ୍ପୃକ୍ତ ଏଏସଆଇ । ବାସୁଦେବପୁର ଗାଁର ଜଣେ ମହିଳା ଓ ବଡ଼ଚଣା ଥାନା ଅଂଚଳର ଜଣେ ଯୁବକଙ୍କ ମଧ୍ୟରେ କିଛିଦିନ ପୂର୍ବେ ଏକ ବିବାଦ ହୋଇଥିଲା ।
ଏହି ବିବାଦରେ ଚାର୍ଜସିଟ ଲେଖାକୁ ନେଇ ASI ପ୍ରକାଶ କୁମାର ସିଂହଙ୍କୁ ଥାନା ଅଧିକାରୀ ଦେବାଶିଷ ଶତପଥୀ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି । ଏନେଇ SDPOଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି ଏଏସଆଇ ପ୍ରକାଶ କୁମାର ସିଂହ । ମାଡ ମରାଯିବାର ଭିଡିଓ ସିସିଟିଭିରେ କଏଦ ହୋଇଛି । ଯାଜପୁର SDPO ପ୍ରଶାନ୍ତ ମାଝୀ ଅଳୁକୁଣ୍ଡ ଥାନାରେ ପହଁଚି ସିସିଟିଭି ଯାଞ୍ଚ କରିଛନ୍ତି । ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଯାଜପୁର ଏସପି । ଉଭୟ ଆଇଆଇସି ଓ ଏଏସଆଇଙ୍କୁ ଯାଜପୁର ପାଣିକୋଇଲି ସ୍ଥିତ ଜିଲ୍ଲା ପୁଲିସ୍ ମୁଖ୍ୟାଳୟକୁ ବଦଳି କରି ତଦନ୍ତ ଜାରି ରଖିଛନ୍ତି ।