ଆସନ୍ତା ୨୪ ଘଣ୍ଟାରେ ୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା

ରାଜ୍ୟକାହାଣୀ ( ଭୁବନେଶ୍ୱର )ଏବେଠୁ ଅସହ୍ୟ ହେଲାଣି ତାତି । ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ଝାରସୁଗୁଡାରେ ୪୦ ଡିଗ୍ରୀ ମୁହାଁ ତାପମାତ୍ରା । ଗତ ୨୪ ଘଣ୍ଟାରେ ୩୯.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । କିନ୍ତୁ ଉପକୂଳ ଓଡ଼ିଶାରେ ତାପମାତ୍ରା ବିଶେଷ ବୃଦ୍ଧି ପାଇନାହିଁ ।ସେପଟେ ଦକ୍ଷିଣ ଝାଡ଼ଖଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପରିସରରୁ ଏକ ଟ୍ରଫ୍‌ ଲାଇନ୍‌ ଆଭ୍ୟନ୍ତରୀଣ ଓଡ଼ିଶା, ଛତିଶଗଡ଼ ଏବଂ ବିଦର୍ଭ ଦେଇ ୦.୯ କିଲୋମିଟର ଉଚ୍ଚତାରେ ବ୍ୟାପି ରହିଛି। ଏହା ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ମଙ୍ଗଳବାର ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଥିଲା। ବୁଧବାର ମଧ୍ୟ ଉତ୍ତର ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ବିଜୁଳି ଘଡଘଡି ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ।

You might also like