ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷା ନେଇ ସତର୍କ ସୂଚନା !

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ କଲବଲ କରିବ କାଳବୈଶାଖୀ । ୨୬ ରୁ ୨୮ ତାରିଖ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି । ମାର୍ଚ୍ଚ ଶେଷ ସପ୍ତାହରେ ରାଜ୍ୟରେ କାଳବୈଶାଖୀ ପ୍ରଭାବ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ଗଜପତି ଏବଂ କେନ୍ଦୁଝର ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି।କାଳବୈଶାଖୀ ପ୍ରଭାବରେ କୌଣସି ସ୍ଥାନରେ କ୍ଷୟକ୍ଷତି ହେଲେ ତୁରନ୍ତ ଜିଲ୍ଲା ପ୍ରଶାସନ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

You might also like