ଆସନ୍ତାକାଲି ଲଘୁଚାପ, ୧୫ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର (ରାଜ୍ୟ କାହାଣୀ )ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି ନଥିବାରୁ ଏହା ଅଧିକ ଘନୀଭୂତ ହୋଇ ଅବପାତ କିମ୍ବା ବାତ୍ୟାର ରୂପ ନେବାର ସମ୍ଭାବନା କମ୍ ବୋଲି ଆକଳନ କରାଯାଉଛି।ବର୍ତ୍ତମାନ ରାଜ୍ୟରେ କୌଣସି ବର୍ଷାର ସତର୍କତା ନଥିବା ବେଳେ ଆସନ୍ତା ୨୪ ଘଣ୍ଟାରେ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା- ଗଞ୍ଜାମ,ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ ।ସେହିପରି ଆସନ୍ତାକାଲି(ମଙ୍ଗଳବାର) ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି,ଗଜପତି ବାଲେଶ୍ୱର, କେନ୍ଦୁଝର ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ନୟାଗଡ, ଖୋର୍ଦ୍ଧା ଓ ପୁରୀ ୧୫ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଵର୍ଷା ବର୍ଷାର ସମ୍ଭାବନା ରହିଛି ।

You might also like