ଶ୍ରୀମନ୍ଦିରରେ ଆରମ୍ଭ ହେଲା ମହାପ୍ରଭୁଙ୍କ କାର୍ତ୍ତିକ ନୀତି
ଭୁବନେଶ୍ୱର (ରାଜ୍ୟ କାହାଣୀ )ଆଜି ଆଶ୍ବୀନ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି । ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ କାର୍ତ୍ତିକ ନୀତି । କାର୍ତ୍ତିକ ମାସ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଏହି ନୀତି ଚାଲିବ । ଆଜି ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ଏକ ମାସ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ବାଳଭୋଗ ସହ ରାଧା ଦାମୋଦର ବେଶ କରାଯିବ ।ଏହି ବେଶରେ ମହାପ୍ରଭୁଙ୍କୁ ଏକ ବିଶେଷ ଭୋଗ ଲାଗିଥାଏ ଯାହା ବାଳଧୂପ ନାମରେ ପରିଚିତ । ସକାଳଧୂପ ପରେ ବାଳଧୂପ ନୀତିରେ ସାଧାରଣତଃ କୋରା, ଦୋଭଜା, ଲିଆ, ଅଦା,ଖଇ, ନଡିଆ, ଖୁଦ, ଚାଉଳିଆ, ସେଓ, କମଳା, କଦଳୀ, କାକୁଡ଼ି , ପଇଡ଼ ଆଦି ଭୋଗ ହୋଇଥାଏ ।