ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ

ରାଜ୍ୟକାହାଣୀ ( ଭୁବନେଶ୍ୱର )ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ମାର୍ଚ୍ଚ ୧୧ ତାରିଖରେ ଓଡ଼ିଆକୁ ଛାଡ଼ି ଅନ୍ୟ ସମସ୍ତ ମାତୃଭାଷା ୨୩କୁ ଘୁଞ୍ଚିଲା। ସେହିପରି ସମସ୍ତ ବିଭାଗରେ ମାର୍ଚ୍ଚ ୨୧ ପରୀକ୍ଷା ୨୫ ତାରିଖକୁ ଘୁଞ୍ଚିଲା। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ।ସୂଚନା ମୂତାବକ ଫେବୃଆରୀ ୧୮ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ସବୁ ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୨ଟାରେ ସରିବ। ଚଳିତବର୍ଷ ମୋଟ ୪ ଲକ୍ଷ ୭ ହଜାର ୩୭ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପୂର୍ବ ବର୍ଷ ଅପେକ୍ଷା ଚଳିତ ବର୍ଷ ପରୀକ୍ଷା କେନ୍ଦ୍ର ବଢ଼ାଯାଇଛି।ଏଥର ମୋଟ 4 ଲକ୍ଷ 7 ହଜାର 37 ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ପରୀକ୍ଷା ସକାଳ 10ଟାରୁ ଆରମ୍ଭ ହୋଇ ଅପରାହ୍ନ 2ଟାରେ ଶେଷ ହେବ ।ଡିସେମ୍ବର ୧୫ ତାରିଖ ସୁଦ୍ଧା ଆଡମିଟ୍ କାର୍ଡ ପ୍ରଦାନ କରାଯିବ। ସମସ୍ତ ୨୧୦ଟି ହବ୍ ଏଆଇ କ୍ୟାମେରା ସର୍ଭେଲାନ୍ସରେ ରହିବ। ଜାନୁଆରୀ ୨ ତାରିଖରୁ ୧୫ ତାରିଖ ମଧ୍ୟରେ ପ୍ରାକ୍ଟିକାଲ୍‌ ପରୀକ୍ଷା ହେବ।

You might also like