ଆସୁଛି ଲଘୁଚାପ, ପ୍ରବଳ ବର୍ଷିବ! ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ରାଜ୍ୟକାହାଣୀ )ଶୀତର ପ୍ରକୋପ ଧୀରେ ଧୀରେ କମୁଥିବା ବେଳେ, ଲୋକଙ୍କୁ ଏବେ ପୁଣି ଡରାଇବାକୁ ଯାଉଛି ଲଘୁଚାପ ବର୍ଷା । ବିଷୁବୀୟ ଭାରତ ମହାସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି।ଲଘୁଚାପ ସୃଷ୍ଟି ହେବା ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏନେଇ ରାଜ୍ୟରେ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟର କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି।

କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ପୁରୀ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି ଭଳି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୪ ତାରିଖ ପାଇଁ ଖୋର୍ଦ୍ଧା, କଟକ, ମୟୂରଭଞ୍ଜରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।ଆଇଏମଡି ଅନୁଯାୟୀ, ପଶ୍ଚିମ ଉତ୍ତର ପ୍ରଦେଶର ଅନେକ ଜିଲ୍ଲାରେ ହାଲୁକା ବର୍ଷା କିମ୍ବା ଝିପିଝିପି ବର୍ଷା ହେବାର ସମ୍ଭାବନା ଅଛି। ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ପାହାଡିଆ ଏବଂ ସମତଳ ଅଞ୍ଚଳକୁ ଏହା ପ୍ରଭାବିତ କରିବ। ଅନେକ ଜିଲ୍ଲା ମେଘୁଆ ରହିବ ଏବଂ କିଛି ସ୍ଥାନରେ ହାଲୁକା ବର୍ଷା ହେବ।

You might also like