୨୦୨୭ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ପାଇପ୍‌ ପାଣି ଯୋଗାଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଗକୁ ଖରାଦିନ ଆସୁଥିବାବେଳେ ଏବେଠୁ ଗାଁଗାଁରେ ପିଇବା ପାଣି ସଙ୍କଟ ଦେଖାଦେଲାଣି। ତେବେ ୨୦୨୭ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସବୁ ଗ୍ରାମକୁ ପାଇପ୍‌ ଜଳ ଯୋଗାଣ ସୁବିଧା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାକୁ ମିଶନ୍‌ ମୋଡ୍‌ରେ କାର୍ଯ୍ୟକାରୀ କରି ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଯେପରି ସମସ୍ତ ଗ୍ରାମଗୁଡ଼ିକୁ ପାନୀୟ ଜଳ ସୁବିଧା ଯୋଗାଇ ଦିଆଯିବ ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ବିଭାଗକୁ ପରାମର୍ଶ ଦେଇଛନ୍ତି । ବର୍ତ୍ତମାନ ରାଜ୍ୟର ୪୬୫୩୧ଟି ଗ୍ରାମ ମଧ୍ୟରୁ ୨୧୭୨୧ଟି ଗ୍ରାମରେ ପାଇପ୍‌ ଜଳ ଯୋଗାଣ ବ୍ୟବସ୍ଥା ଉପଲବ୍ଧ ଅଛି। ଏହା ସହିତ ସୌରଶକ୍ତି, ମେଗା ପାନୀୟ ଜଳ ପ୍ରକଳ୍ପ ଆଦି ବିଭିନ୍ନ ପ୍ରକଳ୍ପଗୁଡ଼ିକ ନିର୍ମାଣାଧୀନ ଅଛି। ସେହିପରି ୨୦୧୭ରୁ ଜୁନ୍ ୧୨, ୨୦୨୪ ମଧ୍ୟରେ ରାଜ୍ୟରେ ୩ଟି ବୃହତ୍‌ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଜୁନ୍‌ ୨୦୨୪ରୁ ବର୍ତ୍ତମାନ ସୁଦ୍ଧା ୨୩ଟି ବୃହତ୍‌ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ଜୁନ୍‌ ୨୦୨୪ ପରେ ଅର୍ଥାତ୍ ୨୦ ମାସ ମଧ୍ୟରେ ରାଜ୍ୟରେ ୨୯୫୧ଟି ଏକକ ଗ୍ରାମ ପ୍ରକଳ୍ପ,୨୭୦୨ଟି ସୌର ଶକ୍ତି ପାନୀୟ ଜଳ ପ୍ରକଳ୍ପ ଏବଂ ୨୬୧୩୭ଟି ନଳକୂପ ସ୍ଥାପିତ ହୋଇଛି।

You might also like