ଆସନ୍ତାକାଲି ମିଳିବ ପିଏମ୍ କିଷାନର ୨୪ତମ କିସ୍ତି

ଭୁବନେଶ୍ୱର ( ରାଜ୍ୟକାହାଣୀ )ଶୁକ୍ରବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍ କିଷାନ) ଯୋଜନାର ୨୪ତମ କିସ୍ତି ପ୍ରଦାନ କରାଯିବ। ଓଡିଶାର ୩୫ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀ ଏଥିରେ ଉପକୃତ ହେବେ। ମୋଟ ୭୦୦ କୋଟିରୁ ଅଧିକ ଟଙ୍କା ଚାଷୀଙ୍କୁ ମିଳିବ।ଏହି ଜାତୀୟସ୍ତରୀୟ କାର୍ଯ୍ୟକ୍ରମ ଗୁଜୁରାଟର ବନାସକାଣ୍ଠାଠାରେ ଅନୁଷ୍ଠିତ ହେବାକୁ ଥିବାବେଳେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦେଶବ୍ୟାପୀ ଚାଷୀଙ୍କୁ ଏହି କିସ୍ତି ପ୍ରଦାନ କରିବେ।ଏଥିସହିତ ଓଡ଼ିଶା ପାଇଁ ଏକ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ପୂର୍ବାହ୍ନ ୯ଟାରେ ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନଠାରେ ଆୟୋଜିତ ହେବ। ଏହି କାର୍ଯ୍ୟକ୍ରମରେ ରାଜ୍ୟର ୩୫ ଲକ୍ଷ ୩୯ ହଜାର ୨୯୭ ଜଣ ଚାଷୀଙ୍କ ଖାତାକୁ ମୋଟ ୭୦୭,୮୫,୯୪,୦୦୦ ଟଙ୍କା ହସ୍ତାନ୍ତର କରାଯିବ।

You might also like