ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ,ଆଜି କରିବେ ବାଲିଯାତ୍ରା ଉଦଘାଟନ

ଭୁବନେଶ୍ୱର ( ରାଜ୍ୟକାହାଣୀ )ଭୁବନେଶ୍ବରରେ ରାଷ୍ଟ୍ରପତି। ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିବା ବେଳେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ବିମାନ ବନ୍ଦରରେ ଭବ୍ୟ ସ୍ବାଗତ କରାଯାଇଛି। ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି ରାଜ୍ୟପାଳ ବ୍ରଜମୋହନ ରାମ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ବିମାନବନ୍ଦରରୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ସ୍ୱତନ୍ତ୍ର କାରକେଡ୍ ଯୋଗେ ଲୋକଭବନ ଅଭିମୁଖେ ଯାଇଛନ୍ତି ରାଷ୍ଟ୍ରପତି। ତାଙ୍କ ଗସ୍ତକୁ ଦୃଷ୍ଟିରେ ରଖି ରାଜଧାନୀରେ ସୁରକ୍ଷା ଓ ଟ୍ରାଫିକ୍ ପରିଚାଳନା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।ଆଜି ଅପରାହ୍ନରେ ଐତିହାସିକ କଟକ ବାଲିଯାତ୍ରାର ଶୁଭାରମ୍ଭ କରିବେ ରାଷ୍ଟ୍ରପତି। ଏଥିପାଇଁ କଟକରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କଟକ ଓ ଭୁବନେଶ୍ୱରରେ ମୋଟ ୭୮ ପ୍ଲାଟୁନ୍ ପୋଲିସ ଫୋର୍ସ ନିୟୋଜିତ ହୋଇଛନ୍ତି। ମହିଳା ପୋଲିସ କର୍ମଚାରୀଙ୍କୁ ମଧ୍ୟ ବ୍ୟାପକ ଭାବେ ମୁତୟନ କରାଯାଇଛି । ତେବେ ଆଜି କଟକ ଇନ୍ କଟକ ମହାନଗର ନିଗମର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଅନୁ​‌ଷ୍ଠିତ କାର୍ଯ୍ୟକ୍ରମକୁ ରାଷ୍ଟ୍ରପତି ଉଦଘାଟନ କରିବେ। ଗତକାଲି ଅଭିନ୍ନଚନ୍ଦ୍ର ହୋମିଓପ୍ୟାଥି କଲେଜ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

You might also like