ଇସ୍କନର ଅଦିନିଆ ରଥଯାତ୍ରାକୁ ନେଇ ପୁଣି ପ୍ରତିକ୍ରିୟା ରଖିଛନ୍ତି ପୁରୀ ଗଜପତି ମହାରାଜ
ଭୁବନେଶ୍ୱର (ରାଜ୍ୟକାହାଣୀ )ତେଜିଲା ଅଦିନିଆ ରଥଯାତ୍ରା ବିବାଦ। ଇସ୍କନ ଉପରେ ବର୍ଷିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ସେ କହିଛନ୍ତି ଯେ, ଶ୍ରୀଜଗନ୍ନାଥ ସଂସ୍କୃତିର ଅପପ୍ରଚାର କରୁଛି ଇସ୍କନ । ରଥଯାତ୍ରାକୁ ନେଇ ଅପପ୍ରଚାର କରାଯାଉଛି । ଏବେ ଆଚାର୍ଯ୍ୟ ମାନଙ୍କ ମତ ଗ୍ରହଣ କରିବାର ସମୟ ଆସିଛି । ଯଦି ଆଚାର୍ଯ୍ୟ ଓ ଭକ୍ତମାନେ ଚୁପ୍ ରହିବେ ତେବେ ଇସ୍କନ ମନଇଚ୍ଛା ଅଦିନିଆ ରଥଯାତ୍ରା କରିବେ । ଇସ୍କନ ଠାରୁ ସମସ୍ତେ ଦେଖି ଅଦିନିଆ ରଥଯାତ୍ରା କରୁଛନ୍ତି । ଇସ୍କନର ଏଭଳି ନିଷ୍ପତ୍ତିକୁ ଆମେ ମାନିବୁ ନାହିଁ ବୋଲି କହିଛନ୍ତି ଗଜପତି ମହାରାଜ । ଭାରତ ବାହାରେ ଅଦିନିଆ ରଥଯାତ୍ରା ବନ୍ଦ କରିବାକୁ କେହିନାହାନ୍ତି । ଆମର ଓଡ଼ିଆ ଭାଇମାନେ ଅଦିନିଆ ରଥଯାତ୍ରାରେ ଅଂଶଗ୍ରହଣ କରିବା ସହ ଚାନ୍ଦା ଦେଉଛନ୍ତି । ଆଗକୁ ଅଦିନିଆ ରଥଯାତ୍ରା ଏକ ପରମ୍ପରାରେ ପରିଣତ ହୋଇଯିବ । ଶାସ୍ତ୍ର ମତ ଅନୁଯାୟୀ ରଥଯାତ୍ରା ପାଳନ ହେବା ଉଚିତ । ଅଦିନିଆ ରଥଯାତ୍ରା ଓ ଜଗନ୍ନାଥ ଧାମକୁ ନେଇ ବ୍ୟତିକ୍ରମ ହେଉଛି । ପୁରୀ ଶରଧାବାଲି ପାର୍ଶ୍ୱ ରାଧାବଲ୍ଲଭ ମଠ ଠାରେ ଅନୁଷ୍ଠିତ ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନ କାର୍ଯ୍ୟକ୍ରମରେ ଗଜପତି ମହାରାଜା ଯୋଗଦେଇ ଏହି ମତ ରଖିଛନ୍ତି ।