ଆଜି ୧୩ ଜିଲ୍ଲାକୁ ଅଧିକ ବର୍ଷା ହୋଇପାରେ
ରାଜ୍ୟ କାହାଣୀ (ଭୁବନେଶ୍ୱର )ରାଜ୍ୟରେ ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା। ଆଜି ଉପକୂଳ ଏବଂ ଉତ୍ତର ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା ଓ କୋରାପୁଟରେ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ରବିବାରରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଅଧିକ ବର୍ଷା ସମ୍ଭାବନା ଅଛି । ବର୍ଷା ସମୟରେ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ୧୬ ତାରିଖରୁ ବର୍ଷାର ପ୍ରଭାବ କମିବା ସହିତ ବିଭିନ୍ନ ସ୍ଥାନରେ ତାପମାତ୍ରା ବଢ଼ିପାରେ।