ଏସବୁ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର (ରାଜ୍ୟକାହାଣୀ )ବର୍ତ୍ତମାନ ରାଜ୍ୟରେ ଖରା, ଗରମ ଗୁଳୁଗୁଳି ଅନୁଭୂତ ସହ କାଁଭାଁ କୋହଲିଆ ପାଗ ରହିଛି । ରାଜ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ଆହୁରି ୫ ଦିନ ବର୍ଷର ସମ୍ଭାବନା ଥିବା କହିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି, ଘଡ଼ଘଡ଼ି ସହିତ ଝଡ଼ବର୍ଷାର ସମ୍ଭାବନା ରହିଛି। କେତେକ ଅଞ୍ଚଳରେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିପାରେ। ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଛି।ରାଜ୍ୟର ୩ ସହରରେ ୩୯ ଡିଗ୍ରୀ ତାପମାତ୍ରା ସହ ଟିଟିଲାଗଡରେ ତାପମାତ୍ରା ୪୦ ଡିଗ୍ରୀ ଟପିଥିବା ବେଳେ ତାତିର ତାଉରେ ସିଝୁଛି ପଶ୍ଚିମ ଓଡ଼ିଶା । ବର୍ଦ୍ଧିତ ତାପମାତ୍ରାକୁ ନେଇ ୨ ଦିନ ମଧ୍ୟରେ ତାପମାତ୍ରା ୪୨ ଡିଗ୍ରୀ ଛୁଇଁପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଆଜି ଭୁବନେଶ୍ଵର, କଟକ, କେନ୍ଦ୍ରାପଡ଼ା, ବାଲେଶ୍ଵର, ଭଦ୍ରକ ପରି ଉପକୂଳ ସହରରେ ତାପମାତ୍ରା ୩୮ରୁ ୩୯ ଡିଗ୍ରି ଭିତରେ ରହିବ । ସେହିପରି ନବରଙ୍ଗପୁର, ଭବାନୀପାଟଣା, ଟିଟିଲାଗଡ଼, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଅନୁଗୁଳ, ସୁନ୍ଦରଗଡ଼, ରାଉରକେଲା ପରି ସହରର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରି ଉପରେ ରହିବ ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

You might also like