ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର (ରାଜ୍ୟ କାହାଣୀ )ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ ସକାଳ ୮ଟାରୁ ଡହଡହ ଖରାରେ ଅତିଷ୍ଠ ହୋଇପଡୁଛନ୍ତି ଲୋକେ। ଏଥିସହ ଗୁଳୁଗୁଳି ମଧ୍ୟ ଦହଗଞ୍ଜ କରୁଛି।ବୁଧବାର ଓ ଗୁରୁବାର ଝଡ଼ବର୍ଷା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଆଉ ଦୁଇଦିନ ପରେ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି।

You might also like