ଆଜି ସର୍ଦ୍ଦାର ବଲ୍ଲଭଭାଇଙ୍କ ଜନ୍ମଦିନ : ‘ଷ୍ଟାଚ୍ୟୁ ଅଫ୍ ୟୁନିଟି’ରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଆଜି ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ 151 ତମ ଜନ୍ମ ଦିବସରେ ଦେଶବ୍ୟାପୀ ରାଷ୍ଟ୍ରୀୟ ଏକତା ଦିବସ ପାଳନ କରାଯାଉଛି । ଆଜି ସକାଳେ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ସି. ପି. ରାଧାକ୍ରିଷ୍ଣନ୍ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ବିଶିଷ୍ଟ ବ୍ୟକ୍ତିବିଶେଷ ନୂଆଦିଲ୍ଲୀସ୍ଥିତ ସର୍ଦ୍ଦାର ପଟେଲ ଛକରେ ଭାରତର ‘ଲୌହ ପୁରୁଷ’ଙ୍କୁ ପୁଷ୍ପାଞ୍ଜଳି ଅର୍ପଣ କରିଛନ୍ତି ।ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସର୍ଦ୍ଦାର ପଟେଲ ଏକ ଶକ୍ତିଶାଳୀ ଏବଂ ସମୃଦ୍ଧ ଭାରତ ଗଠନ ପାଇଁ ତାଙ୍କର ସମଗ୍ର ଜୀବନ ଉତ୍ସର୍ଗ କରିଥିଲେ। ସେଠାରେ ସେ ୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପଗୁଡ଼ିକର ଉଦଘାଟନ କରିଥିଲେ। ଏହାସହ ସେ ‘ରେନ୍ ଫରେଷ୍ଟ’ ଏବଂ ‘ବାମନ ବୃକ୍ଷ ବାଟିକା’ ପରିଦର୍ଶନ କରିଛନ୍ତି ପ୍ରଧାନମନ୍ତ୍ର ମୋଦି।

You might also like