ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ ହାଇକୋର୍ଟଙ୍କ ନାପସନ୍ଦ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବଦଳି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଝଟକା । ରାଜ୍ୟ ସରକାର କରିଥିବା ଚିଠିକୁ ଖାରଜ କଲେ ହାଇକୋର୍ଟ । ୧୫ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ବଦଳି ପାଇଁ ସାଂସଦ, ବିଧାୟକଙ୍କୁ ଦେଇଥିଲେ କ୍ଷମତା । ଯେଉଁଥିରେ ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ ନାପସନ୍ଦ କରିଛନ୍ତି ହାଇକୋର୍ଟ। ସୂଚନାମୁତାବକ ରାଜ୍ୟରେ ଶିକ୍ଷକ ବଦଳି ପାଇଁ ସୁପାରିସ କରିପାରିବେ MP ଓ MLA । ନିଜ ନିର୍ବାଚନ ମଣ୍ଡଳୀର ସର୍ବାଧିକ ୧୫ ଜଣ ଶିକ୍ଷକ (ପ୍ରାଥମିକ ଏବଂ ମାଧ୍ୟମିକ ଉଭୟ ଅନ୍ତର୍ଭୁକ୍ତ)ଙ୍କ ବଦଳି ସୁପାରିସ କରିପାରିବେ । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି କରାଯାଇଥିଲା ।ନିଜ ନିର୍ବାଚନ ମଣ୍ଡଳୀରେ ବଦଳି ସୁପାରିସ କରିପାରିବେ ବିଧାୟକ ଓ ସାଂସଦ ।