ଗୋପାଳପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା!ତିନିଜଣ ଯୁବକ ଯୁବତୀଙ୍କ ସହ ଦୁଷ୍କର୍ମ କରିଛନ୍ତି – ବ୍ରହ୍ମପୁର ଏସ୍‌ପି

ରାଜ୍ୟ କାହାଣୀ (ଭୁବନେଶ୍ୱର )ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ୧୦ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ତିନିଜଣ ଯୁବକ ଯୁବତୀଙ୍କ ସହ ଦୁଷ୍କର୍ମ କରିଥିବା ନେଇ ସୂଚନା ଦେଇଛନ୍ତି ବ୍ରହ୍ମପୁର ଏସ୍‌ପି ।ସେହି ତିନିଜଣଙ୍କୁ ମଧ୍ୟ ଗିରଫ କରାଯାଇଛି । ବାକି ୭ଜଣଙ୍କୁ ପୁଲିସ ପଚରାଉଚରା କରୁଛି । ବଡ଼ କଥା ହେଉଛି, ଅଭିଯୁକ୍ତଙ୍କ ମଧ୍ୟରେ ୪ ଜଣ ନାବାଳକ ଅଛନ୍ତି । ସକାଳେ ବାହାର ରାଜ୍ୟକୁ ଫେରାର ହେଉଥିବାବେଳେ ଅଭିଯୁକ୍ତଙ୍କୁ ମାଡ଼ି ବସିଥିଲା ପୁଲିସ । ଗତକାଲି ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଥିଲା। ବେଳାଭୂମି ବୁଲିବାକୁ ଯାଇଥିବା ବେଳେ ପୁରୁଷବନ୍ଧୁଙ୍କୁ ବାନ୍ଧି ଗଣଦୁଷ୍କର୍ମ ଘଟିଛି ବୋଲି ଥାନାରେ ଅଭିଯୋଗ ହୋଇଥିଲା।ତେବେ ଗୋପାଳପୁର ପୁଲିସ ଏହି ମାମଲାରେ ପ୍ରଥମେ ୭ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିଲା । ଅନ୍ୟ ଦୁଷ୍କର୍ମକାରୀ ଅଭିଯୁକ୍ତଙ୍କୁ ଆଜି ଗିରଫ କରିଛି ପୁଲିସ। ଅଭିଯୁକ୍ତମାନେ ହିଞ୍ଜିଳି ଅଞ୍ଚଳର ବୋଲି ଜଣାପଡିଛି । ପୁଲିସ ଅଧିକ ତଦନ୍ତ ଚଳାଇଛି ।

You might also like