ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା, ଆଜି ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ବର (ରାଜ୍ୟ କାହାଣୀ)ଛତିଶଗଡ଼ ମୁହାଁ ହେଉଥିବା ଗଭୀର ଅବପାତର ପ୍ରଭାବରେ ଓଡ଼ିଶାରେ ବଢ଼ିବ ବର୍ଷା ଓ ପବନର ପ୍ରକୋପ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଝଡ଼ ପବନ ଆଶଙ୍କା ରହିଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି। ବାତ୍ୟାର ମୁଖ୍ୟ ପ୍ରଭାବ ଆନ୍ଧ୍ରପ୍ରଦେଶ ଉପକୂଳରେ ରହିଥିଲେ ମଧ୍ୟ ଏହା ସହ ଜଡ଼ିତ ବର୍ଷାବାଦଲ ଓଡ଼ିଶାର ପାଣିପାଗକୁ ପ୍ରଭାବିତ କରିପାରେ । ରାଜ୍ୟରେ ବାତ୍ୟା ପ୍ରଭାବରେ ମଙ୍ଗଳବାରଠାରୁ ପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି । ଭୁବନେଶ୍ୱର, କଟକ, ପୁରୀ, ଢେଙ୍କାନାଳ ଓ ବ୍ରହ୍ମପୁରରେ ମଝିରେ ମଝିରେ ବର୍ଷା ହୋଇଥିବା ବେଳେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଆକାଶ ମେଘାଚ୍ଛନ୍ନ ରହିଛି । ଆଜି ରାଜ୍ୟର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି ଏବଂ ଗଞ୍ଜାମ ଏହି ୬ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ଏହି ଜିଲ୍ଲାଗୁଡ଼ିକରେ ଅତିଭୀଷଣ ବର୍ଷା ସହ ପ୍ରବଳ ପବନ ବହିବାର ମଧ୍ୟ ଆଶଙ୍କା ରହିଛି। ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

You might also like