ସାରା ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଜାରି। ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟ କାହାଣୀ (ଭୁବନେଶ୍ଵର)ସାରା ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଜାରି ରହିଛି  । କାଳବୈଶାଖୀ ପ୍ରଭାବ ରହୁଥିଲେ ମଧ୍ୟ ଅଧିକାଂଶ ସ୍ଥାନରେ ପାରଦ ଉପରମୁହାଁ ହୋଇଛି ।  ଆଗାମୀ ୩ ଦିନରେ ବଢିବ ଦିନ ତାପମାତ୍ରା । ୨ରୁ ୩ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ବଢିପାରେ ପାରଦ। ୧୯ ଓ ୨୦ ତାରିଖ ବେଳକୁ ବଲାଙ୍ଗିର, ଟିଟିଲାଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ତାପମାତ୍ରା ୪୪ ଡିଗ୍ରୀ ଛୁଇଁପାରେ ।  ଏହି ସମୟରେ ଉପକୂଳ ଓଡ଼ିଶାରେ ପାରଦ ୪୨ ଡିଗ୍ରୀ ପହଞ୍ଚିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ଆସନ୍ତା ୭ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୩ ତାରିଖ ଯାଏଁ ଏଭଳି ସ୍ଥିତି ଲାଗି ରହିବ ।

You might also like