ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମହିଳା ଓ ଶିଶୁ ବିକାଶ ବିଭାଗ ସହ ଉତ୍କଳିକାର ବୁଝାମଣାପତ୍ର ସ୍ବାକ୍ଷରିତ

ଭୁବନେଶ୍ୱର (ରାଜ୍ୟକାହାଣୀ )କନ୍ୟା ବିବାହ ଯୋଜନାରେ ଉତ୍କଳିକାରୁ କିଣା ହେବ ବିବାହ ଉପହାର ଓ ସାମଗ୍ରୀ। ଉତ୍କଳିକା ଏବଂ ମହିଳା ଓ ଶିଶୁ ବିକାଶ ମଧ୍ୟରେ ବୁଝାମଣାପତ୍ର ସ୍ଵାକ୍ଷରିତ।ଏହି ବୁଝାମଣାପତ୍ର ମାଧ୍ୟମରେ ଉତ୍କଳିକା ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅନ୍ତର୍ଗତ ଯୋଗ୍ୟ କନ୍ୟାମାନଙ୍କୁ ଉପହାର ସାମଗ୍ରୀ ଯଥା ଶାଢୀ, ଚୁଡ଼ି, ପାଉଁଜି,ଝୁଣ୍ଟିଆ,ଅଳତା, ସିନ୍ଦୂର ସମେତ ସମସ୍ତ ଶୃଙ୍ଗାର ସାମଗ୍ରୀ ସହ ବାସନ କୁସନ ଭଳି ଘରୋଇ ବ୍ୟବହାର ସାମଗ୍ରୀ ଭଳି ଉପଲବ୍ଧ କରାଇବ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଉଲ୍ଲେଖ କରିଛନ୍ତି । ଏହି ସହଯୋଗ ମାଧ୍ୟମରେ ମହିଳା କଲ୍ୟାଣକାରୀ ଯୋଜନାଗୁଡ଼ିକୁ ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ସହ ଓଡ଼ିଶାର ହସ୍ତଶିଳ୍ପ ଓ ହସ୍ତକଳା କ୍ଷେତ୍ରକୁ ମଧ୍ୟ ପ୍ରୋତ୍ସାହନ ମିଳିବ ବୋଲି ସେ ମତ ପ୍ରକାଶ କରିଛନ୍ତି । ସରକାର ମୋଟ୍ ୫୧ ହଜାର ଟଙ୍କା ସହାୟତା ରାଶି ଦେବେ। ବାହାଘର ପଞ୍ଜୀକରଣ ହେବାର ୭ ଦିନ ପରେ ହିତାଧିକାରୀଙ୍କ ଆକାଉଣ୍ଟକୁ ୩୫ ହଜାର ଟଙ୍କା ଯିବ। ସରକାର ଉପହାର ପାଇଁ ୧୦ ହଜାର ଓ ସାଜସଜା ପାଇଁ ୬ ହଜାର ଟଙ୍କା ଦେବେ। ଏଥିପାଇଁ ଝିଅର ବୟସ ସର୍ବନିମ୍ନ ୧୮ ବର୍ଷ ହୋଇଥିବା ଆବଶ୍ୟକ। ପ୍ରଥମ ଥର ବିବାହ କରୁଥିବା ଯୁବତୀଙ୍କୁ ଏହି ସୁବିଧା ମିଳିବ। ବର କନ୍ୟା ଉଭୟ ଓଡ଼ିଶାର ହେଇଥିବା ଦରକାର । ଯେଉଁମାନେ ଗରିବ ସେଇମାନେ ଏଥିରେ ଲାଭ ପାଇବେ। ବିଧବା ମଧ୍ୟ ଆଉ ଥରେ ବାହାହେଲେ ଏହାର ଲାଭ ପାଇପାରିବେ। ପୂର୍ବରୁ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଗାଇଡଲାଇନ ଆସିଥିବା ବେଳେ ଆଜି ଉତ୍କଳିକା ସହ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି।

You might also like